13ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋʼ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ।
14ଏଣୁ ନିବେଦନ କରୁଅଛି, ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋʼ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି।”
15ଏଷୌ କହିଲା, “ତେବେ ମୋʼ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ? ମୋʼ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।”
16ତହଁରେ ଏଷୌ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା।
17ମାତ୍ର ଯାକୁବ ସୁକ୍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍କୋତ ନାମରେ ବିଖ୍ୟାତ ହୋଇଅଛି।