9ପୁଣି, ଆମ୍ଭମାନଙ୍କ ସଙ୍ଗେ ବିବାହ-ସମ୍ବନ୍ଧ ରଖ, ତୁମ୍ଭମାନଙ୍କ କନ୍ୟା ଆମ୍ଭମାନଙ୍କୁ ଦିଅ, ଆମ୍ଭମାନଙ୍କ କନ୍ୟା ତୁମ୍ଭେମାନେ ନିଅ।
10ତାହାହେଲେ, ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ବାସ କରିବ; ସାରା ଦେଶ ତୁମ୍ଭମାନଙ୍କର ଆଗରେ ପଡ଼ିଛି, ତହିଁରେ ବାସ କର ଓ ବାଣିଜ୍ୟ କର ଓ ଅଧିକାର କର।”
11ପୁଣି, ଶିଖିମ ଦୀଣାର ପିତାକୁ ଓ ଭ୍ରାତୃଗଣକୁ କହିଲା, “ମୋʼ ପ୍ରତି ତୁମ୍ଭମାନଙ୍କର ଅନୁଗ୍ରହ ଦୃଷ୍ଟି ହେଉ, ତହିଁରେ ଯାହା କହିବ, ତାହା ମୁଁ ଦେବି।
12ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋʼ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ।”
13ତେବେ ଶିଖିମ ଯାକୁବର ପୁତ୍ରମାନଙ୍କ ଭଉଣୀ ଦୀଣାକୁ ଭ୍ରଷ୍ଟା କରିଥିବାରୁ ସେମାନେ ଶିଖିମ ଓ ତାହାର ପିତା ହମୋର ସଙ୍ଗେ ଛଳ ଭାବରେ କଥାବାର୍ତ୍ତା କରି କହିଲେ,