ଆଦି ପୁସ୍ତକ 34

ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି, ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା।

Genesis 34:16 (UKJV) Then will we give our daughters unto you, and we will take your daughters to us, and we will dwell with you, and we will become one people.

14“ଆମ୍ଭେମାନେ ଅସୁନ୍ନତ ଲୋକକୁ ଆପଣା ଭଉଣୀକୁ ଦେବାର କର୍ମ କରି ନ ପାରୁ, ତାହା କଲେ, ଆମ୍ଭମାନଙ୍କର ଅପଖ୍ୟାତି ହେବ।

15ଯଦି କେବଳ ଗୋଟିଏ କର୍ମ କରିବ, ଆମ୍ଭମାନଙ୍କ ପରି ତୁମ୍ଭେମାନେ ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କ କଥାରେ ସମ୍ମତ ହେବା।

16ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି, ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା।

17ମାତ୍ର ତୁମ୍ଭେମାନେ ଯଦି ସୁନ୍ନତ ବିଷୟରେ ଆମ୍ଭମାନଙ୍କ କଥା ନ ଶୁଣ, ତେବେ ଆମ୍ଭେମାନେ ସେହି କନ୍ୟାକୁ ଘେନି ଚାଲିଯିବା।”

18ସେତେବେଳେ ସେମାନଙ୍କର ଏହି କଥାରେ ହମୋର ଓ ତାହାର ପୁତ୍ର ଶିଖିମ ସନ୍ତୁଷ୍ଟ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.