ଆଦି ପୁସ୍ତକ 34

ସେତେବେଳେ ସେମାନଙ୍କର ଏହି କଥାରେ ହମୋର ଓ ତାହାର ପୁତ୍ର ଶିଖିମ ସନ୍ତୁଷ୍ଟ ହେଲେ।

Genesis 34:18 (UKJV) And their words pleased Hamor, and Shechem Hamor's son.

16ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି, ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା।

17ମାତ୍ର ତୁମ୍ଭେମାନେ ଯଦି ସୁନ୍ନତ ବିଷୟରେ ଆମ୍ଭମାନଙ୍କ କଥା ନ ଶୁଣ, ତେବେ ଆମ୍ଭେମାନେ ସେହି କନ୍ୟାକୁ ଘେନି ଚାଲିଯିବା।”

18ସେତେବେଳେ ସେମାନଙ୍କର ଏହି କଥାରେ ହମୋର ଓ ତାହାର ପୁତ୍ର ଶିଖିମ ସନ୍ତୁଷ୍ଟ ହେଲେ।

19ପୁଣି, ସେହି ଯୁବା ଅତି ଶୀଘ୍ର ସେ କର୍ମ କଲା, କାରଣ ସେ ଯାକୁବର କନ୍ୟାଠାରେ ଅତିଶୟ ଆସକ୍ତ ଥିଲା। ସେହି ଶିଖିମ ଆପଣା ପିତୃପରିବାର ସମସ୍ତଙ୍କଠାରୁ ଅଧିକ ସମ୍ଭ୍ରାନ୍ତ ଥିଲା।

20ଏଥିଉତ୍ତାରେ ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗର-ଦ୍ୱାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.