18ସେତେବେଳେ ସେମାନଙ୍କର ଏହି କଥାରେ ହମୋର ଓ ତାହାର ପୁତ୍ର ଶିଖିମ ସନ୍ତୁଷ୍ଟ ହେଲେ।
19ପୁଣି, ସେହି ଯୁବା ଅତି ଶୀଘ୍ର ସେ କର୍ମ କଲା, କାରଣ ସେ ଯାକୁବର କନ୍ୟାଠାରେ ଅତିଶୟ ଆସକ୍ତ ଥିଲା। ସେହି ଶିଖିମ ଆପଣା ପିତୃପରିବାର ସମସ୍ତଙ୍କଠାରୁ ଅଧିକ ସମ୍ଭ୍ରାନ୍ତ ଥିଲା।
20ଏଥିଉତ୍ତାରେ ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗର-ଦ୍ୱାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ;
21“ଏହି ଲୋକମାନେ ଆମ୍ଭମାନଙ୍କ ସହିତ ନିର୍ବିରୋଧୀ; ଏଥିପାଇଁ ଏମାନଙ୍କୁ ଏହି ଦେଶରେ ବାସ ଓ ବାଣିଜ୍ୟ କରିବାକୁ ଦିଆଯାଉ; କାରଣ ଦେଖ, ଏ ଦେଶ ସେମାନଙ୍କ ନିମନ୍ତେ ଯଥେଷ୍ଟ ଅଟଇ; ପୁଣି, ଆମ୍ଭେମାନେ ସେମାନଙ୍କ କନ୍ୟା ଗ୍ରହଣ କରିବା ଓ ଆମ୍ଭମାନଙ୍କ କନ୍ୟା ସେମାନଙ୍କୁ ଦେବା।
22ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯଦି ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ।