ଆଦି ପୁସ୍ତକ 34

ପୁଣି, ସେମାନଙ୍କ ମେଷ ଓ ଗୋରୁ ଓ ଗଧସବୁ, ଆଉ ନଗରସ୍ଥ ଓ କ୍ଷେତ୍ରସ୍ଥ ସମସ୍ତ ଦ୍ରବ୍ୟ ହରଣ କଲେ।

Genesis 34:28 (UKJV) They took their sheep, and their oxen, and their asses, and that which was in the city, and that which was in the field,

26ପୁଣି, ହମୋରକୁ ଓ ତାହାର ପୁତ୍ର ଶିଖିମକୁ ଖଡ୍ଗାଘାତରେ ବଧ କରି ଶିଖିମର ଗୃହରୁ ଦୀଣାକୁ ନେଇଗଲେ।

27ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକୁ ସେହି ଲୋକମାନେ ଭ୍ରଷ୍ଟା କରିଥିଲେ।

28ପୁଣି, ସେମାନଙ୍କ ମେଷ ଓ ଗୋରୁ ଓ ଗଧସବୁ, ଆଉ ନଗରସ୍ଥ ଓ କ୍ଷେତ୍ରସ୍ଥ ସମସ୍ତ ଦ୍ରବ୍ୟ ହରଣ କଲେ।

29ଆଉ ସେମାନଙ୍କ ଶିଶୁ ଓ ଭାର୍ଯ୍ୟାମାନଙ୍କୁ ବନ୍ଦୀ କରି ସମସ୍ତ ଧନ ଓ ଗୃହର ସର୍ବସ୍ୱ ଲୁଟ କଲେ।

30ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍‍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.