ଆଦି ପୁସ୍ତକ 34

ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା।

Genesis 34:3 (UKJV) And his soul clave unto Dinah the daughter of Jacob, and he loved the damsel, and spoke kindly unto the damsel.

1ଏଥିଉତ୍ତାରେ ଲେୟାଠାରୁ ଜାତ ଦୀଣା ନାମ୍ନୀ ଯାକୁବର କନ୍ୟା ସେହି ଦେଶର କନ୍ୟାମାନଙ୍କ ସଙ୍ଗେ ଦେଖା କରିବାକୁ ବାହାରକୁ ଗଲା।

2ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି, ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା।

3ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା।

4ଏଥିଉତ୍ତାରେ ଶିଖିମ ଆପଣା ପିତା ହମୋରକୁ କହିଲା, “ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରିଦିଅ।”

5ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ପର୍ଯ୍ୟନ୍ତ ତୁନି ହୋଇ ରହିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.