29ଆଉ ସେମାନଙ୍କ ଶିଶୁ ଓ ଭାର୍ଯ୍ୟାମାନଙ୍କୁ ବନ୍ଦୀ କରି ସମସ୍ତ ଧନ ଓ ଗୃହର ସର୍ବସ୍ୱ ଲୁଟ କଲେ।
30ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।”
31ସେମାନେ ଉତ୍ତର କଲେ, “ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ?”