7ଆଉ ଯାକୁବର ପୁତ୍ରମାନେ ସେହି ସମ୍ବାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି, ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ୱିତ ଥିଲେ।
8ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, “ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋʼ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋʼ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ।
9ପୁଣି, ଆମ୍ଭମାନଙ୍କ ସଙ୍ଗେ ବିବାହ-ସମ୍ବନ୍ଧ ରଖ, ତୁମ୍ଭମାନଙ୍କ କନ୍ୟା ଆମ୍ଭମାନଙ୍କୁ ଦିଅ, ଆମ୍ଭମାନଙ୍କ କନ୍ୟା ତୁମ୍ଭେମାନେ ନିଅ।
10ତାହାହେଲେ, ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ବାସ କରିବ; ସାରା ଦେଶ ତୁମ୍ଭମାନଙ୍କର ଆଗରେ ପଡ଼ିଛି, ତହିଁରେ ବାସ କର ଓ ବାଣିଜ୍ୟ କର ଓ ଅଧିକାର କର।”
11ପୁଣି, ଶିଖିମ ଦୀଣାର ପିତାକୁ ଓ ଭ୍ରାତୃଗଣକୁ କହିଲା, “ମୋʼ ପ୍ରତି ତୁମ୍ଭମାନଙ୍କର ଅନୁଗ୍ରହ ଦୃଷ୍ଟି ହେଉ, ତହିଁରେ ଯାହା କହିବ, ତାହା ମୁଁ ଦେବି।