8ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍ର ଅଧଃସ୍ଥିତ ଅଲୋନ ବୃକ୍ଷ ମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍ ହେଲା।
9ଏଥିଉତ୍ତାରେ ଯାକୁବ ପଦ୍ଦନ୍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ।
10ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ;” ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।
11ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।
12ପୁଣି, ଆମ୍ଭେ ଅବ୍ରହାମ ଓ ଇସ୍ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା।”