ଆଦି ପୁସ୍ତକ 35

ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍‍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।

Genesis 35:14 (UKJV) And Jacob set up a pillar in the place where he talked with him, even a pillar of stone: and he poured a drink offering thereon, and he poured oil thereon.

12ପୁଣି, ଆମ୍ଭେ ଅବ୍ରହାମ ଓ ଇସ୍‌ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା।”

13ସେହି ସ୍ଥାନରେ ତାଙ୍କ ସହିତ ଏହିପରି କଥାବାର୍ତ୍ତା କରି ପରମେଶ୍ୱର ତାଙ୍କ ନିକଟରୁ ଊର୍ଦ୍ଧ୍ୱଗମନ କଲେ।

14ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍‍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।

15ପୁଣି, ଯାକୁବ ପରମେଶ୍ୱରଙ୍କ ସହିତ କଥୋପକଥନ ସ୍ଥାନର ନାମ ବେଥେଲ୍‍ ରଖିଲେ।

16ଏଥିଉତ୍ତାରେ ସେମାନେ ବେଥେଲ୍‍ଠାରୁ ପ୍ରସ୍ଥାନ କଲେ, ମାତ୍ର ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ପଥ ଥାଉ ଥାଉ ରାହେଲର ପ୍ରସବବେଦନା ହେଲା; ପୁଣି, ତାହାର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.