14ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।
15ପୁଣି, ଯାକୁବ ପରମେଶ୍ୱରଙ୍କ ସହିତ କଥୋପକଥନ ସ୍ଥାନର ନାମ ବେଥେଲ୍ ରଖିଲେ।
16ଏଥିଉତ୍ତାରେ ସେମାନେ ବେଥେଲ୍ଠାରୁ ପ୍ରସ୍ଥାନ କଲେ, ମାତ୍ର ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ପଥ ଥାଉ ଥାଉ ରାହେଲର ପ୍ରସବବେଦନା ହେଲା; ପୁଣି, ତାହାର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।
17ଆଉ ପ୍ରସବ ବ୍ୟଥା ଅତିଶୟ ହୁଅନ୍ତେ, ଧାତ୍ରୀ ତାହାକୁ କହିଲା, “ଭୟ କର ନାହିଁ, ତୁମ୍ଭେ ଏହିଥର ମଧ୍ୟ ପୁତ୍ର ପ୍ରସବ କରିବ।”
18ତଥାପି ସେ ମଲା, ପୁଣି, ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମୀନ୍ ରଖିଲେ।