23ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ, ଏମାନେ ଲେୟାର ସନ୍ତାନ;
24ପୁଣି, ଯୋଷେଫ ଓ ବିନ୍ୟାମୀନ୍ ରାହେଲର ସନ୍ତାନ;
25ପୁଣି, ଦାନ୍ ଓ ନପ୍ତାଲି ରାହେଲର ଦାସୀ ବିଲ୍ହାର ସନ୍ତାନ;
26ଆଉ ଗାଦ୍ ଓ ଆଶେର ଲେୟାର ଦାସୀ ସିଳ୍ପାର ସନ୍ତାନ। ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍ ଅରାମଠାରେ ଜନ୍ମିଥିଲେ।
27ଏଥିଉତ୍ତାରେ କିରୀୟଥ୍-ଅର୍ବ, ଅର୍ଥାତ୍, ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇସ୍ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇସ୍ହାକ ନିକଟରେ ଉପସ୍ଥିତ ହେଲେ।