ଆଦି ପୁସ୍ତକ 35

ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍‍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋʼ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”

Genesis 35:3 (UKJV) And let us arise, and go up to Bethel; and I will make there an altar unto God, who answered me in the day of my distress, and was with me in the way which I went.

1ଏଥିଉତ୍ତାରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭେ ଉଠି ବେଥେଲ୍‍କୁ ଯାଇ ସେଠାରେ ବାସ କର; ପୁଣି, ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ୱର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର।”

2ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର।

3ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍‍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋʼ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”

4ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହାସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ଲୁଚାଇ ରଖିଲେ।

5ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.