ଆଦି ପୁସ୍ତକ 35

ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।

Genesis 35:5 (UKJV) And they journeyed: and the terror of God was upon the cities that were round about them, and they did not pursue after the sons of Jacob.

3ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍‍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋʼ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”

4ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହାସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ଲୁଚାଇ ରଖିଲେ।

5ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।

6ଏଥିଉତ୍ତାରେ ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସ୍‌ରେ, ଅର୍ଥାତ୍‍, ବେଥେଲ୍‍ରେ ଉପସ୍ଥିତ ହେଲେ।

7ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍‍ ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.