4ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହାସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ଲୁଚାଇ ରଖିଲେ।
5ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।
6ଏଥିଉତ୍ତାରେ ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସ୍ରେ, ଅର୍ଥାତ୍, ବେଥେଲ୍ରେ ଉପସ୍ଥିତ ହେଲେ।
7ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍ ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।
8ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍ର ଅଧଃସ୍ଥିତ ଅଲୋନ ବୃକ୍ଷ ମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍ ହେଲା।