ଆଦି ପୁସ୍ତକ 35

ଏଥିଉତ୍ତାରେ ଯାକୁବ ପଦ୍ଦନ୍‍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ।

Genesis 35:9 (UKJV) And God appeared unto Jacob again, when he came out of Padanaram, and blessed him.

7ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍‍ ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।

8ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍‍ର ଅଧଃସ୍ଥିତ ଅଲୋନ ବୃକ୍ଷ ମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍‍ ହେଲା।

9ଏଥିଉତ୍ତାରେ ଯାକୁବ ପଦ୍ଦନ୍‍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ।

10ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ;” ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।

11ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.