ଆଦି ପୁସ୍ତକ 36

ଏଷୌର ବଂଶାବଳୀ। ତାହାର ଅନ୍ୟତମ ନାମ ଇଦୋମ୍‍।

Genesis 36:1 (UKJV) Now these are the generations of Esau, who is Edom.

1ଏଷୌର ବଂଶାବଳୀ। ତାହାର ଅନ୍ୟତମ ନାମ ଇଦୋମ୍‍।

2ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍‍, ହିତ୍ତୀୟ ଏଲୋନ୍‍ର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନ୍‍ର ପୌତ୍ରୀ ଅହଲୀବାମାକୁ,

3ତଦ୍‍ଭିନ୍ନ ନବାୟୋତ୍‍ର ଭଗିନୀକୁ, ଅର୍ଥାତ୍‍, ଇଶ୍ମାୟେଲର କନ୍ୟା ବାସମତ୍‍କୁ ବିବାହ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.