19ଏମାନେ ଏଷୌର, ଅର୍ଥାତ୍, ଇଦୋମର ସନ୍ତାନ ଓ ଏମାନେ ସେମାନଙ୍କର ରାଜା।
20(ପୂର୍ବକାଳର) ସେହି ଦେଶ ନିବାସୀ ହୋରୀୟ ସେୟୀରର ସନ୍ତାନ ଲୋଟନ୍ ଓ ଶୋବଲ୍ ଓ ସିବୀୟୋନ୍ ଓ ଅନା
21ଓ ଦିଶୋନ୍ ଓ ଏତ୍ସର ଓ ଦୀଶନ୍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ।
22ଲୋଟନ୍ର ପୁତ୍ର ହୋରି ଓ ହେମମ୍, ପୁଣି, ଲୋଟନ୍ର ତିମ୍ନା ନାମ୍ନୀ ଭଗିନୀ ଥିଲା।
23ପୁଣି, ଶୋବଲ୍ର ପୁତ୍ରଗଣ ଅବଲନ୍ ଓ ମାନହତ୍ ଓ ଏବଲ୍ ଓ ଶଫୋ ଓ ଓନମ୍।