ଆଦି ପୁସ୍ତକ 36

ଲୋଟନ୍‍ର ପୁତ୍ର ହୋରି ଓ ହେମମ୍‍, ପୁଣି, ଲୋଟନ୍‍ର ତିମ୍ନା ନାମ୍ନୀ ଭଗିନୀ ଥିଲା।

Genesis 36:22 (UKJV) And the children of Lotan were Hori and Hemam; and Lotan's sister was Timna.

20(ପୂର୍ବକାଳର) ସେହି ଦେଶ ନିବାସୀ ହୋରୀୟ ସେୟୀରର ସନ୍ତାନ ଲୋଟନ୍‍ ଓ ଶୋବଲ୍‍ ଓ ସିବୀୟୋନ୍‍ ଓ ଅନା

21ଓ ଦିଶୋନ୍‍ ଓ ଏତ୍ସର ଓ ଦୀଶନ୍‍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ।

22ଲୋଟନ୍‍ର ପୁତ୍ର ହୋରି ଓ ହେମମ୍‍, ପୁଣି, ଲୋଟନ୍‍ର ତିମ୍ନା ନାମ୍ନୀ ଭଗିନୀ ଥିଲା।

23ପୁଣି, ଶୋବଲ୍‍ର ପୁତ୍ରଗଣ ଅବଲନ୍‍ ଓ ମାନହତ୍‍ ଓ ଏବଲ୍‍ ଓ ଶଫୋ ଓ ଓନମ୍‍।

24ପୁଣି, ସିବୀୟୋନ୍‍ର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟୋନ୍‍ର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.