1ଏଷୌର ବଂଶାବଳୀ। ତାହାର ଅନ୍ୟତମ ନାମ ଇଦୋମ୍।
2ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍, ହିତ୍ତୀୟ ଏଲୋନ୍ର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନ୍ର ପୌତ୍ରୀ ଅହଲୀବାମାକୁ,
3ତଦ୍ଭିନ୍ନ ନବାୟୋତ୍ର ଭଗିନୀକୁ, ଅର୍ଥାତ୍, ଇଶ୍ମାୟେଲର କନ୍ୟା ବାସମତ୍କୁ ବିବାହ କଲା।
4ଏଥିଉତ୍ତାରେ ଏଷୌର ଔରସରେ ଆଦା ଇଲୀଫସ୍କୁ ଓ ବାସମତ୍ ରୁୟେଲକୁ ପ୍ରସବ କଲେ।
5ଆଉ ଅହଲୀବାମା, ଯିୟୂଶ୍, ଯାଲମ୍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ।