32ବିୟୋରର ବେଲା ନାମକ ପୁତ୍ର ଇଦୋମ୍ ଦେଶରେ ରାଜତ୍ୱ କଲା, ତାହାର ରାଜଧାନୀର ନାମ ଦିନ୍ହାବା।
33ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ରାଜତ୍ୱ କଲା।
34ପୁଣି, ଯୋବବ୍ର ମରଣ ଉତ୍ତାରେ ତୈମନ୍ ଦେଶୀୟ ହୂଶମ୍ ତାହା ପଦରେ ରାଜତ୍ୱ କଲା।
35ହୂଶମ୍ର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ଅବୀତ୍।
36ହଦଦ୍ର ମରଣ ଉତ୍ତାରେ ମସ୍ରେକା ନିବାସୀ ସମ୍ଳ ତାହା ପଦରେ ରାଜତ୍ୱ କଲା।