ଆଦି ପୁସ୍ତକ 37

ସେହି ସମୟରେ ଯାକୁବ ଆପଣା ପିତାଙ୍କର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ।

Genesis 37:1 (UKJV) And Jacob dwelt in the land wherein his father was a stranger, in the land of Canaan.

1ସେହି ସମୟରେ ଯାକୁବ ଆପଣା ପିତାଙ୍କର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ।

2ଯାକୁବଙ୍କର ବୃତ୍ତାନ୍ତ ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭାଇମାନଙ୍କ ସହିତ ପଶୁପଲ ଚରାଉଥିଲେ; ସେ ଆପଣା ପିତୃଭାର୍ଯ୍ୟା ବିଲ୍‌ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି, ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ।

3ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.