ଆଦି ପୁସ୍ତକ 37

ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।

Genesis 37:11 (UKJV) And his brethren envied him; but his father observed the saying.

9ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”

10ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ନ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?”

11ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।

12ତଦନନ୍ତର ତାହାର ଭ୍ରାତୃଗଣ ପିତାଙ୍କର ପଶୁପଲ ଚରାଇବା ପାଇଁ ଶିଖିମକୁ ଗଲା ଉତ୍ତାରେ

13ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି;” ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.