ଆଦି ପୁସ୍ତକ 37

ତଦନନ୍ତର ତାହାର ଭ୍ରାତୃଗଣ ପିତାଙ୍କର ପଶୁପଲ ଚରାଇବା ପାଇଁ ଶିଖିମକୁ ଗଲା ଉତ୍ତାରେ

Genesis 37:12 (UKJV) And his brethren went to feed their father's flock in Shechem.

10ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ନ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?”

11ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।

12ତଦନନ୍ତର ତାହାର ଭ୍ରାତୃଗଣ ପିତାଙ୍କର ପଶୁପଲ ଚରାଇବା ପାଇଁ ଶିଖିମକୁ ଗଲା ଉତ୍ତାରେ

13ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି;” ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”

14ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.