15ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, “ତୁମ୍ଭେ କଅଣ ଖୋଜୁଅଛ?”
16ସେ କହିଲା, “ମୋʼ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।”
17ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଅଛନ୍ତି; କାରଣ ମୁଁ ଶୁଣିଥିଲି, ‘ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।’” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା।
18ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।
19ଆଉ, ସେମାନେ ଏକ ଆରେକକୁ କହିଲେ, “ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି।