ଆଦି ପୁସ୍ତକ 37

ଆଉ, ସେମାନେ ଏକ ଆରେକକୁ କହିଲେ, “ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି।

Genesis 37:19 (UKJV) And they said one to another, Behold, this dreamer comes.

17ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଅଛନ୍ତି; କାରଣ ମୁଁ ଶୁଣିଥିଲି, ‘ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।’” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା।

18ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।

19ଆଉ, ସେମାନେ ଏକ ଆରେକକୁ କହିଲେ, “ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି।

20ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”

21ଏ କଥା ଶୁଣି ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.