20ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”
21ଏ କଥା ଶୁଣି ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।”
22ଆଉ ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”
23ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ;
24ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା।