ଆଦି ପୁସ୍ତକ 37

ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ;

Genesis 37:23 (UKJV) And it came to pass, when Joseph was come unto his brethren, that they stripped Joseph out of his coat, his coat of many colours that was on him;

21ଏ କଥା ଶୁଣି ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।”

22ଆଉ ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”

23ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ;

24ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା।

25ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.