27ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ।
28ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।
29ଏଥିଉତ୍ତାରେ ରୁବେନ୍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।
30ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି?”
31ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ।