ଆଦି ପୁସ୍ତକ 37

ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି?”

Genesis 37:30 (UKJV) And he returned unto his brethren, and said, The child is not; and I, where shall I go?

28ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।

29ଏଥିଉତ୍ତାରେ ରୁବେନ୍‍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।

30ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି?”

31ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ।

32ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନା ବର୍ଣ୍ଣର ଅଙ୍ଗରଖା ପଠାଇଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.