30ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି?”
31ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ।
32ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନା ବର୍ଣ୍ଣର ଅଙ୍ଗରଖା ପଠାଇଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।”
33ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋʼ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।”
34ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।