ଆଦି ପୁସ୍ତକ 37

ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।

Genesis 37:34 (UKJV) And Jacob rent his clothes, and put sackcloth upon his loins, and mourned for his son many days.

32ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନା ବର୍ଣ୍ଣର ଅଙ୍ଗରଖା ପଠାଇଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।”

33ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋʼ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।”

34ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।

35ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, “ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି।” ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ।

36ଏଥିମଧ୍ୟରେ ସେହି ମିଦୀୟନୀୟମାନେ ମିସର ଦେଶରେ ପୋଟୀଫର ନାମକ ଫାରୋର ଭୃତ୍ୟ, ଅର୍ଥାତ୍‍, ରକ୍ଷକ ସେନାପତିକୁ ଯୋଷେଫକୁ ବିକ୍ରୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.