4ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।
5ଏଥିଉତ୍ତାରେ ଯୋଷେଫ ଗୋଟିଏ ସ୍ୱପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ।
6କାରଣ ସେ ସେମାନଙ୍କୁ କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ନିବେଦନ କରୁଅଛି, ତାହା ଶୁଣ।
7ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।”
8ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।