7ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।”
8ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।
9ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”
10ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ନ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?”
11ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।