9ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା।
10ତାହାର ଏରୂପ କର୍ମ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା; ଏଣୁ ସେ ତାକୁ ମଧ୍ୟ ନାଶ କଲେ।
11ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, “ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ,” ଯେହେତୁ ସେ ଭାବିଲା, “କେଜାଣି ଭାଇମାନଙ୍କ ପରି ଶେଲା ମଧ୍ୟ ମରିଯିବ।” ଏଥିପାଇଁ ତାମର ପିତୃଗୃହରେ ଯାଇ ବାସ କଲା।
12ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ୱନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷର ଲୋମଚ୍ଛେଦକମାନଙ୍କ ନିକଟକୁ ଗଲା।
13ସେତେବେଳେ କେହି ଜଣେ ତାମରକୁ ସମ୍ବାଦ ଦେଇ କହିଲା, “ଦେଖ, ତୁମ୍ଭ ଶ୍ୱଶୁର ଆପଣା ମେଷର ଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି।”