ଆଦି ପୁସ୍ତକ 38

ସେତେବେଳେ ଯିହୁଦା ତାକୁ ଦେଖି ବେଶ୍ୟା ଜ୍ଞାନ କଲା, କାରଣ ସେ ମୁଖ ଆଚ୍ଛାଦନ କରିଥିଲା।

Genesis 38:15 (UKJV) When Judah saw her, he thought her to be an harlot; because she had covered her face.

13ସେତେବେଳେ କେହି ଜଣେ ତାମରକୁ ସମ୍ବାଦ ଦେଇ କହିଲା, “ଦେଖ, ତୁମ୍ଭ ଶ୍ୱଶୁର ଆପଣା ମେଷର ଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି।”

14ତହିଁରେ ତାମର ବିଧବା ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ।

15ସେତେବେଳେ ଯିହୁଦା ତାକୁ ଦେଖି ବେଶ୍ୟା ଜ୍ଞାନ କଲା, କାରଣ ସେ ମୁଖ ଆଚ୍ଛାଦନ କରିଥିଲା।

16ଏନିମନ୍ତେ ସେ ପଥପାର୍ଶ୍ଵରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋʼ କତିକି ଆସିବା ପାଇଁ କଅଣ ଦେବ?”

17ସେ କହିଲା, “ପଲରୁ ଗୋଟିଏ ଛେଳିଛୁଆ ପଠାଇଦେବି।” ତାମର କହିଲା, “ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.