ଆଦି ପୁସ୍ତକ 38

ସେ କହିଲା, “ପଲରୁ ଗୋଟିଏ ଛେଳିଛୁଆ ପଠାଇଦେବି।” ତାମର କହିଲା, “ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ?”

Genesis 38:17 (UKJV) And he said, I will send you a kid from the flock. And she said, Will you give me a pledge, till you send it?

15ସେତେବେଳେ ଯିହୁଦା ତାକୁ ଦେଖି ବେଶ୍ୟା ଜ୍ଞାନ କଲା, କାରଣ ସେ ମୁଖ ଆଚ୍ଛାଦନ କରିଥିଲା।

16ଏନିମନ୍ତେ ସେ ପଥପାର୍ଶ୍ଵରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋʼ କତିକି ଆସିବା ପାଇଁ କଅଣ ଦେବ?”

17ସେ କହିଲା, “ପଲରୁ ଗୋଟିଏ ଛେଳିଛୁଆ ପଠାଇଦେବି।” ତାମର କହିଲା, “ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ?”

18ଯିହୁଦା କହିଲା, “କଅଣ ବନ୍ଧକ ଦେବା?” ତାମର କହିଲା, “ତୁମ୍ଭର ଏହି ମୋହର ଓ ସୂତ୍ର, ଆଉ ହସ୍ତଯଷ୍ଟି।” ତହୁଁ ଯିହୁଦା ତାକୁ ସେହି ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ୱାରା ଗର୍ଭବତୀ ହେଲା।

19ଏଥିଉତ୍ତାରେ ତାମର ଉଠି ପ୍ରସ୍ଥାନ କଲା, ପୁଣି, ଆବରକ ବସ୍ତ୍ର ପାଲଟି ବିଧବା ବସ୍ତ୍ର ପିନ୍ଧିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.