ଆଦି ପୁସ୍ତକ 38

ଏଥିଉତ୍ତାରେ ତାମର ଉଠି ପ୍ରସ୍ଥାନ କଲା, ପୁଣି, ଆବରକ ବସ୍ତ୍ର ପାଲଟି ବିଧବା ବସ୍ତ୍ର ପିନ୍ଧିଲା।

Genesis 38:19 (UKJV) And she arose, and went away, and laid by her vail from her, and put on the garments of her widowhood.

17ସେ କହିଲା, “ପଲରୁ ଗୋଟିଏ ଛେଳିଛୁଆ ପଠାଇଦେବି।” ତାମର କହିଲା, “ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ?”

18ଯିହୁଦା କହିଲା, “କଅଣ ବନ୍ଧକ ଦେବା?” ତାମର କହିଲା, “ତୁମ୍ଭର ଏହି ମୋହର ଓ ସୂତ୍ର, ଆଉ ହସ୍ତଯଷ୍ଟି।” ତହୁଁ ଯିହୁଦା ତାକୁ ସେହି ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ୱାରା ଗର୍ଭବତୀ ହେଲା।

19ଏଥିଉତ୍ତାରେ ତାମର ଉଠି ପ୍ରସ୍ଥାନ କଲା, ପୁଣି, ଆବରକ ବସ୍ତ୍ର ପାଲଟି ବିଧବା ବସ୍ତ୍ର ପିନ୍ଧିଲା।

20ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ।

21ଏଣୁ ସେ ସେଠାର ଲୋକମାନଙ୍କୁ ପଚାରିଲା, “ଐନମ ପଥ ପାର୍ଶ୍ୱରେ ଯେଉଁ ମାହାରୀ ଥିଲା, ସେ କାହିଁ?” ସେମାନେ କହିଲେ, “ଏଠାରେ କୌଣସି ମାହାରୀ ରହେ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.