19ଏଥିଉତ୍ତାରେ ତାମର ଉଠି ପ୍ରସ୍ଥାନ କଲା, ପୁଣି, ଆବରକ ବସ୍ତ୍ର ପାଲଟି ବିଧବା ବସ୍ତ୍ର ପିନ୍ଧିଲା।
20ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ।
21ଏଣୁ ସେ ସେଠାର ଲୋକମାନଙ୍କୁ ପଚାରିଲା, “ଐନମ ପଥ ପାର୍ଶ୍ୱରେ ଯେଉଁ ମାହାରୀ ଥିଲା, ସେ କାହିଁ?” ସେମାନେ କହିଲେ, “ଏଠାରେ କୌଣସି ମାହାରୀ ରହେ ନାହିଁ।”
22ଏଥିଉତ୍ତାରେ ଯିହୁଦା ନିକଟକୁ ଫେରିଯାଇ କହିଲା, “ମୁଁ ତାହାର ଦେଖା ପାଇଲି ନାହିଁ, ଆଉ ସେଠାର ଲୋକମାନେ ମଧ୍ୟ କହିଲେ, ‘ଏହି ସ୍ଥାନରେ କୌଣସି ମାହାରୀ ରହେ ନାହିଁ।’”
23ତେବେ ଯିହୁଦା କହିଲା, “ତାହାଠାରେ ଯାହା ଅଛି, ସେ ତାହା ରଖୁ, ଆମ୍ଭେମାନେ କାହିଁକି ଲଜ୍ଜାସ୍ପଦ ହେବା? ଦେଖ, ମୁଁ ଏହି ଛେଳିଛୁଆ ପଠାଇଲି, ମାତ୍ର ତୁମ୍ଭେ ତାʼର ଦେଖା ପାଇଲ ନାହିଁ।”