ଆଦି ପୁସ୍ତକ 38

ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ୱୀକାର କରି କହିଲା, “ସେ ମୋʼ ଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ।” ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ।

Genesis 38:26 (UKJV) And Judah acknowledged them, and said, She has been more righteous than I; because that I gave her not to Shelah my son. And he had sexual contact with her again no more.

24ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି।” ତହିଁରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।”

25ଏଥିଉତ୍ତାରେ ସେ ବାହାରକୁ ଅଣାଯାʼନ୍ତେ, ଆପଣା ଶ୍ୱଶୁର ନିକଟକୁ କହି ପଠାଇଲା, “ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ୱାରା ଆମ୍ଭର ଗର୍ଭ ହୋଇଅଛି।” ଆହୁରି କହିଲା, “ଏହି ମୋହର ଓ ସୂତ୍ର ଆଉ ଯଷ୍ଟି କାହାର? ତାହା ଚିହ୍ନି ଦେଖ।”

26ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ୱୀକାର କରି କହିଲା, “ସେ ମୋʼ ଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ।” ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ।

27ପୁଣି, ତାମରର ପ୍ରସବକାଳ ଉପସ୍ଥିତ ହୁଅନ୍ତେ, ତାହାର ଉଦରରେ ଯାଆଁଳା ସନ୍ତାନ ଥିବାର ଦେଖାଗଲା।

28ଆଉ ତାହାର ପ୍ରସବକାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂର ବର୍ଣ୍ଣ ସୂତ୍ର ବାନ୍ଧି କହିଲା, “ଏ ଜ୍ୟେଷ୍ଠ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.