ଆଦି ପୁସ୍ତକ 38

ପୁଣି, ତାମରର ପ୍ରସବକାଳ ଉପସ୍ଥିତ ହୁଅନ୍ତେ, ତାହାର ଉଦରରେ ଯାଆଁଳା ସନ୍ତାନ ଥିବାର ଦେଖାଗଲା।

Genesis 38:27 (UKJV) And it came to pass in the time of her travail, that, behold, twins were in her womb.

25ଏଥିଉତ୍ତାରେ ସେ ବାହାରକୁ ଅଣାଯାʼନ୍ତେ, ଆପଣା ଶ୍ୱଶୁର ନିକଟକୁ କହି ପଠାଇଲା, “ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ୱାରା ଆମ୍ଭର ଗର୍ଭ ହୋଇଅଛି।” ଆହୁରି କହିଲା, “ଏହି ମୋହର ଓ ସୂତ୍ର ଆଉ ଯଷ୍ଟି କାହାର? ତାହା ଚିହ୍ନି ଦେଖ।”

26ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ୱୀକାର କରି କହିଲା, “ସେ ମୋʼ ଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ।” ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ।

27ପୁଣି, ତାମରର ପ୍ରସବକାଳ ଉପସ୍ଥିତ ହୁଅନ୍ତେ, ତାହାର ଉଦରରେ ଯାଆଁଳା ସନ୍ତାନ ଥିବାର ଦେଖାଗଲା।

28ଆଉ ତାହାର ପ୍ରସବକାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂର ବର୍ଣ୍ଣ ସୂତ୍ର ବାନ୍ଧି କହିଲା, “ଏ ଜ୍ୟେଷ୍ଠ।”

29ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ, ତାହାର ଭ୍ରାତା ଭୂମିଷ୍ଠ ହେଲା; ତହିଁରେ ଧାତ୍ରୀ କହିଲା, “ତୁମ୍ଭେ କିପ୍ରକାରେ ଆପଣା ନିମନ୍ତେ ଭେଦ କରି ଆସିଲ!” ତୁମ୍ଭଠାରେ ଏହି ଭେଦ ହେଉ। ତେଣୁ ତାହାର ନାମ ପେରସ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.