ଆଦି ପୁସ୍ତକ 38

ଏଣୁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ସେ ତାହାର ନାମ ଏର ଦେଲା।

Genesis 38:3 (UKJV) And she conceived, and bare a son; and he called his name Er.

1ସେହି ସମୟରେ ଯିହୁଦା ଆପଣା ଭ୍ରାତୃଗଣ ନିକଟରୁ ଅଦୁଲ୍ଲମୀୟ ହୀରା ନାମକ ଜଣେ ଲୋକ ନିକଟକୁ ଗଲା।

2ସେଠାରେ ଶୂୟ ନାମରେ କୌଣସି କିଣାନୀୟ ଲୋକର ଗୋଟିଏ କନ୍ୟାକୁ ଦେଖି ତାକୁ ବିବାହ କରି ତାହାର ସହବାସ କଲା।

3ଏଣୁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ସେ ତାହାର ନାମ ଏର ଦେଲା।

4ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଓନନ୍‍ ଦେଲା।

5ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଶେଲା ଦେଲା। ଏହାର ଜନ୍ମ ସମୟରେ ଯିହୁଦା କଷୀବରେ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.