5ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଶେଲା ଦେଲା। ଏହାର ଜନ୍ମ ସମୟରେ ଯିହୁଦା କଷୀବରେ ଥିଲା।
6ଏଥିଉତ୍ତାରେ ଯିହୁଦା ତାମର ନାମ୍ନୀ ଏକ କନ୍ୟା ଆଣି ଆପଣା ଜ୍ୟେଷ୍ଠ ପୁତ୍ର ଏର ସହିତ ତାହାକୁ ବିବାହ ଦେଲା।
7ମାତ୍ର ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ସାକ୍ଷାତରେ ଦୁଷ୍ଟ ଥିଲା; ଏଣୁ ସଦାପ୍ରଭୁ ତାହାକୁ ବିନାଶ କଲେ।
8ତହିଁରେ ଯିହୁଦା ଓନନ୍କୁ କହିଲା, “ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ସହବାସ କର ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରି ଭ୍ରାତୃବଂଶ ଉତ୍ପନ୍ନ କର।”
9ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା।