ଆଦି ପୁସ୍ତକ 38

ତହିଁରେ ଯିହୁଦା ଓନନ୍‍କୁ କହିଲା, “ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ସହବାସ କର ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରି ଭ୍ରାତୃବଂଶ ଉତ୍ପନ୍ନ କର।”

Genesis 38:8 (UKJV) And Judah said unto Onan, Go in unto your brother's wife, and marry her, and raise up seed to your brother.

6ଏଥିଉତ୍ତାରେ ଯିହୁଦା ତାମର ନାମ୍ନୀ ଏକ କନ୍ୟା ଆଣି ଆପଣା ଜ୍ୟେଷ୍ଠ ପୁତ୍ର ଏର ସହିତ ତାହାକୁ ବିବାହ ଦେଲା।

7ମାତ୍ର ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ସାକ୍ଷାତରେ ଦୁଷ୍ଟ ଥିଲା; ଏଣୁ ସଦାପ୍ରଭୁ ତାହାକୁ ବିନାଶ କଲେ।

8ତହିଁରେ ଯିହୁଦା ଓନନ୍‍କୁ କହିଲା, “ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ସହବାସ କର ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରି ଭ୍ରାତୃବଂଶ ଉତ୍ପନ୍ନ କର।”

9ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍‍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା।

10ତାହାର ଏରୂପ କର୍ମ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା; ଏଣୁ ସେ ତାକୁ ମଧ୍ୟ ନାଶ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.