ଆଦି ପୁସ୍ତକ 39

ଯୋଷେଫ ମିସର ଦେଶକୁ ଅଣାଯାʼନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍‍, ମିସରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାୟେଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣି ଥିଲା।

Genesis 39:1 (UKJV) And Joseph was brought down to Egypt; and Potiphar, an officer of Pharaoh, captain of the guard, an Egyptian, bought him of the hands of the Ishmeelites, which had brought him down thither.

1ଯୋଷେଫ ମିସର ଦେଶକୁ ଅଣାଯାʼନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍‍, ମିସରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାୟେଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣି ଥିଲା।

2ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସରୀୟ କର୍ତ୍ତାର ଗୃହରେ ବାସ କଲେ।

3ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.