10ତଥାପି ସେ ସ୍ତ୍ରୀ ଦିନକୁ ଦିନ ଯୋଷେଫଙ୍କୁ ଏପରି କହେ; ମାତ୍ର ଯୋଷେଫ ତାହା ସଙ୍ଗେ ଶୟନ କରିବାକୁ କିମ୍ବା ତାହା ନିକଟରେ ରହିବାକୁ ସମ୍ମତ ହୁଅନ୍ତି ନାହିଁ।
11ଏଥିଉତ୍ତାରେ ଦିନକରେ ଯୋଷେଫ ନିଜ କାର୍ଯ୍ୟ ନିମନ୍ତେ ଗୃହ ଭିତରକୁ ଗଲେ, ପୁଣି, ଗୃହର ଦାସ ମଧ୍ୟରୁ କେହି ସେଠାରେ ନ ଥିଲା।
12ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି “ମୋʼ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା;” ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇଗଲେ।
13ଯେତେବେଳେ ସେ ସ୍ତ୍ରୀ ଯୋଷେଫଙ୍କୁ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇ ଯିବାର ଦେଖିଲା,
14ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋʼ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋʼ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି;