12ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି “ମୋʼ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା;” ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇଗଲେ।
13ଯେତେବେଳେ ସେ ସ୍ତ୍ରୀ ଯୋଷେଫଙ୍କୁ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇ ଯିବାର ଦେଖିଲା,
14ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋʼ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋʼ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି;
15ମୋହର ବଡ଼ ପାଟି କରି ଡାକିବାର ଶୁଣି ସେ ଆପଣା ବସ୍ତ୍ର ମୋʼ ନିକଟରେ ପକାଇଦେଇ ବାହାରକୁ ପଳାଇଗଲା।”
16ପୁଣି, ସେହି ସ୍ତ୍ରୀ ତାହାର କର୍ତ୍ତାର ଗୃହାଗମନ ପର୍ଯ୍ୟନ୍ତ ସେହି ବସ୍ତ୍ର ଆପଣା ନିକଟରେ ରଖିଲା।