ଆଦି ପୁସ୍ତକ 39

ପୁଣି, ମୁଁ ବଡ଼ ପାଟି କରି ଡାକ ପକାଇବାରୁ ସେ ମୋʼ ନିକଟରେ ଏହି ବସ୍ତ୍ର ପକାଇଦେଇ ବାହାରକୁ ପଳାଇଗଲା।”

Genesis 39:18 (UKJV) And it came to pass, as I lifted up my voice and cried, that he left his garment with me, and fled out.

16ପୁଣି, ସେହି ସ୍ତ୍ରୀ ତାହାର କର୍ତ୍ତାର ଗୃହାଗମନ ପର୍ଯ୍ୟନ୍ତ ସେହି ବସ୍ତ୍ର ଆପଣା ନିକଟରେ ରଖିଲା।

17ଏଥିଉତ୍ତାରେ ସେ ଆପଣା ସ୍ୱାମୀକୁ ସେହି କଥାନୁସାରେ କହିଲା, “ତୁମ୍ଭେ ଯେଉଁ ଏବ୍ରୀୟ ଦାସକୁ ଆମ୍ଭମାନଙ୍କ ପାଖକୁ ଆଣିଅଛ, ସେ ମୋʼ ସଙ୍ଗେ ପରିହାସ କରିବା ନିମନ୍ତେ ମୋʼ କତିକି ଆସିଥିଲା,

18ପୁଣି, ମୁଁ ବଡ଼ ପାଟି କରି ଡାକ ପକାଇବାରୁ ସେ ମୋʼ ନିକଟରେ ଏହି ବସ୍ତ୍ର ପକାଇଦେଇ ବାହାରକୁ ପଳାଇଗଲା।”

19ସେତେବେଳେ “ତୁମ୍ଭର ଦାସ ମୋʼ ପ୍ରତି ଏପ୍ରକାର ବ୍ୟବହାର କରିଅଛି,” ଆପଣା ଭାର୍ଯ୍ୟାର ମୁଖରୁ ଏ କଥା ଶୁଣି ଯୋଷେଫଙ୍କର ପ୍ରଭୁ କ୍ରୋଧରେ ପ୍ରଜ୍ୱଳିତ ହେଲା।

20ଆଉ ଯୋଷେଫଙ୍କର ପ୍ରଭୁ ତାଙ୍କୁ ନେଇ ରାଜବନ୍ଦୀମାନଙ୍କ ବାସସ୍ଥାନ କାରାଗାରରେ ରଖିଲା; ତହୁଁ ଯୋଷେଫ ସେହି କାରାଗାରରେ ରହିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.