1ଯୋଷେଫ ମିସର ଦେଶକୁ ଅଣାଯାʼନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍, ମିସରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାୟେଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣି ଥିଲା।
2ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସରୀୟ କର୍ତ୍ତାର ଗୃହରେ ବାସ କଲେ।
3ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା।
4ଏଣୁ ଯୋଷେଫ ତାହାର ଦୃଷ୍ଟିରେ ଅନୁଗ୍ରହ ପାଇ ତାହାର ସେବାରେ ନିଯୁକ୍ତ ହେଲେ, ପୁଣି, ସେ ଯୋଷେଫଙ୍କୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବସ୍ୱ ସମର୍ପଣ କଲା।